ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5

5
ଆଦମଙ୍କର ବଂଶଧର
1ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ; 2ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ। 3ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ। 4ଶେଥର ଜନ୍ମ ଉତ୍ତାରେ ଆଦମ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ। 5ଆଦମଙ୍କର ବୟସ ସର୍ବସୁଦ୍ଧା ନଅଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ। 6ଶେଥ ଶହେ ପାଞ୍ଚ ବର୍ଷ ବୟସରେ ଈନୋଶକୁ ଜାତ କଲା; 7ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା। 8ଶେଥର ବୟସ ସର୍ବସୁଦ୍ଧା ନଅଶହ ବାର ବର୍ଷ ଥିଲା; ତହୁଁ ସେ ମଲା। 9ଈନୋଶ ନବେ ବର୍ଷ ବୟସରେ କୟିନାନକୁ ଜାତ କଲା; 10ପୁଣି, କୟିନାନର ଜନ୍ମ ଉତ୍ତାରେ ସେ ଆଠଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; 11ଈନୋଶର ବୟସ ସର୍ବସୁଦ୍ଧା ନଅଶହ ପାଞ୍ଚ ବର୍ଷ ଥିଲା; ତହୁଁ ସେ ମଲା। 12କୟିନାନ ସତୁରି ବର୍ଷ ବୟସରେ ମହଲଲେଲକୁ ଜାତ କଲା; 13ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା; 14ଆଉ କୟିନାନର ବୟସ ସର୍ବସୁଦ୍ଧା ନଅଶହ ଦଶ ବର୍ଷ ଥିଲା; ତହୁଁ ସେ ମଲା। 15ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦକୁ ଜାତ କଲା; 16ଯେରଦ ଜନ୍ମିଲା ଉତ୍ତାରେ ସେ ଆଠଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; 17ମହଲଲେଲର ବୟସ ସର୍ବସୁଦ୍ଧା ଆଠଶହ ପଞ୍ଚାନବେ ବର୍ଷ ଥିଲା; ତହୁଁ ସେ ମଲା। 18ଯେରଦ ଶହେ ବାଷଠି ବର୍ଷ ବୟସରେ ହନୋକଙ୍କୁ ଜାତ କଲା; 19ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; 20ଯେରଦର ବୟସ ସର୍ବସୁଦ୍ଧା ନଅଶହ ବାଷଠି ବର୍ଷ ଥିଲା; ତହୁଁ ସେ ମଲା। 21ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ; 22ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ; 23ହନୋକଙ୍କର ବୟସ ସର୍ବସୁଦ୍ଧା ତିନିଶହ ପଞ୍ଚଷଠି ବର୍ଷ ଥିଲା; 24ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ। 25ମଥୂଶେଲହ ଶହେ ଶତାଅଶୀ ବର୍ଷ ବୟସରେ ଲେମକକୁ ଜାତ କଲା; 26ଲେମକର ଜନ୍ମ ଉତ୍ତାରେ ମଥୂଶେଲହ ସାତଶହ ବୟାଅଶୀ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; 27ମଥୂଶେଲହର ବୟସ ସର୍ବସୁଦ୍ଧା ନଅଶହ ଊଣସ୍ତରି ବର୍ଷ ଥିଲା; ତହୁଁ ସେ ମଲା। 28ଲେମକ ଶହେ ବୟାଅଶୀ ବର୍ଷ ବୟସରେ ଏକ ପୁତ୍ର ଜାତ କରି ତାହାର ନାମ ନୋହ (ସାନ୍ତ୍ୱନା) ଦେଲେ, 29ଯେହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ। 30ନୋହଙ୍କର ଜନ୍ମ ଉତ୍ତାରେ ଲେମକ ପାଞ୍ଚଶହ ପଞ୍ଚାନବେ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ; 31ତାଙ୍କର ବୟସ ସର୍ବସୁଦ୍ଧା ସାତଶହ ସତସ୍ତରି ବର୍ଷ ଥିଲା; ତହୁଁ ସେ ମଲେ। 32ଆଉ ନୋହଙ୍କୁ ପାଞ୍ଚଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍‍କୁ ଜାତ କଲେ।

සළකුණු කරන්න

බෙදාගන්න

පිටපත් කරන්න

None

ඔබගේ සියලු උපාංග හරහා ඔබගේ සළකුණු කල පද වෙත ප්‍රවේශ වීමට අවශ්‍යද? ලියාපදිංචි වී නව ගිණුමක් සාදන්න හෝ ඔබගේ ගිණුමට ඔබගේ ගිණුමට පිවිසෙන්න