Logo YouVersion
Ikona Hľadať

ଆଦି ପୁସ୍ତକ 28:20-22

ଆଦି ପୁସ୍ତକ 28:20-22 ODIAOV-BSI

ଆଉ ଯାକୁବ ମାନତ କରି କହିଲା, ଯେବେ ପରମେଶ୍ଵର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ, ଆଉ ଯେବେ ମୁଁ କୁଶଳରେ ପିତୃଗୃହକୁ ପୁନର୍ବାର ଆସିବି, ତେବେ ସଦାପ୍ରଭୁ ମୋହର ପରମେଶ୍ଵର ହେବେ, ପୁଣି ମୁଁ ଏହି ଯେଉଁ ପ୍ରସ୍ତର ସ୍ତମ୍ଭ ରୂପେ ସ୍ଥାପନ କରିଅଛି, ତାହା ପରମେଶ୍ଵରଙ୍କ ଗୃହ ହେବ, ଆଉ ତୁମ୍ଭେ ମୋତେ ଯାହା ସବୁ ଦେବ, ତହିଁର ଦଶମାଂଶ ମୁଁ ତୁମ୍ଭଙ୍କୁ ଅବଶ୍ୟ ଦେବି।