1
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:15
ଓଡିଆ ବାଇବେଲ
କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା।
సరిపోల్చండి
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:15 ని అన్వేషించండి
2
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:14
ଏଥିଉତ୍ତାରେ ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:14 ని అన్వేషించండి
3
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:16
ପୁଣି, ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯଦି ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:16 ని అన్వేషించండి
4
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:8
ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି, ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:8 ని అన్వేషించండి
5
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:18
ସେତେବେଳେ ଅବ୍ରାମ ତମ୍ବୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି, ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:18 ని అన్వేషించండి
6
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:10
ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ୱାରା ବିନଷ୍ଟ ହୋଇ ନ ଥିଲା।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 13:10 ని అన్వేషించండి
హోమ్
బైబిల్
ప్రణాళికలు
వీడియోలు