1
ଯୋହନ 5:24
ଓଡିଆ ବାଇବେଲ
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି ।
సరిపోల్చండి
Explore ଯୋହନ 5:24
2
ଯୋହନ 5:6
ଯୀଶୁ ତାକୁ ପଡ଼ିରହିଥିବା ଦେଖି ବହୁକାଳର ରୋଗୀ ବୋଲି ଜାଣି ତାକୁ ପଚାରିଲେ, ତୁମ୍ଭେ କ'ଣ ସୁସ୍ଥ ହେବାକୁ ଇଚ୍ଛା କରୁଅଛ ?
Explore ଯୋହନ 5:6
3
ଯୋହନ 5:39-40
ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି । କିନ୍ତୁ ତୁମ୍ଭେମାନେ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୋ' ନିକଟକୁ ଆସିବାକୁ ଇଚ୍ଛା କରୁ ନାହଁ ।
Explore ଯୋହନ 5:39-40
4
ଯୋହନ 5:8-9
ଯୀଶୁ ତାକୁ କହିଲେ, ଉଠ, ତୁମ୍ଭର ଖଟିଆ ଘେନି ଚାଲ । ସେହିକ୍ଷଣି ସେ ଲୋକଟି ସୁସ୍ଥ ହେଲା ଓ ଆପଣାର ଖଟିଆ ଘେନି ଚାଲିବାକୁ ଲାଗିଲା । ସେ ଦିନ ବିଶ୍ରାମବାର ଥିଲା ।
Explore ଯୋହନ 5:8-9
5
ଯୋହନ 5:19
ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ପୁତ୍ର ପିତାଙ୍କୁ ଯାହା କରୁଥିବା ଦେଖନ୍ତି, ତାହା ଛଡ଼ା ସେ ନିଜେ କିଛି ହିଁ କରି ପାରନ୍ତି ନାହିଁ । କାରଣ ସେ ଯାହା ଯାହା କରନ୍ତି, ପୁତ୍ର ମଧ୍ୟ ସେହି ସବୁ ସେପ୍ରକାରେ କରନ୍ତି ।
Explore ଯୋହନ 5:19
హోమ్
బైబిల్
ప్రణాళికలు
వీడియోలు