ପ୍ରେରିତ 8

8
ମଣ୍ତଳୀ ଉପରେ ଶାଉଲଙ୍କ ଦୌରାତ୍ମ୍ୟ
1ଶାଉଲ ତାଙ୍କ ପ୍ରାଣନାଶରେ ସମ୍ମତଥିଲେ। ସେହିଦିନ ଯିରୂଶାଲମରେ ଥିବା ମଣ୍ତଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟ ସମସ୍ତେ ଯିହୁଦା ପ୍ରଦେଶ ଓ ଶମିରୋଣ ଅଞ୍ଚଳସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ।
2ତଥାପି କେତେକ ଜଣ ଭକ୍ତ ଲୋକ ସ୍ତିଫାନଙ୍କୁ ସମାଧି ଦେଇ ତାଙ୍କ ନିମନ୍ତେ ବହୁତ ବିଳାପ କଲେ।
3କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ଓ ସ୍ତ୍ରୀଲୋକ-ମାନଙ୍କୁ ଟାଣିଆଣି କାରାଗାରରେ ସମର୍ପଣ କରି ମଣ୍ତଳୀକୁ ଉଚ୍ଛିନ୍ନ କରିବାକୁ ଲାଗିଲେ।
ଶମିରୋଣରେ ଫିଲିପ୍ପଙ୍କ ପ୍ରଚାର
4ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ, ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ।
5ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ।
6ଆଉ, ଲୋକସମୂହ ଫିଲିପ୍ପଙ୍କ କଥା ଶୁଣି ଓ ତାଙ୍କ କୃତ ଆଶ୍ଚର୍ଯ୍ୟକର୍ମସବୁ ଦେଖି ଏକଚିତ୍ତରେ ତାଙ୍କ କଥାରେ ମନୋଯୋଗ କରୁଥିଲେ।
7କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚ ସ୍ଵରରେ ଚିତ୍କାର କରି ବାହାରି ଆସିବାକୁ ଲାଗିଲେ, ପୁଣି ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ।
8ସେଥିରେ ସେହି ନଗରରେ ମହା ଆନନ୍ଦ ହେଲା।
9କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଜାତିକି ଆଚମ୍ଵିତ କରୁଥିଲା;
10ଈଶ୍ଵରଙ୍କର ଯେଉଁ ଶକ୍ତିକୁ ମହାନ ବୋଲି କୁହାଯାଏ, ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଏ ସେହି ବୋଲି କହି ତାହାକୁ ମାନ୍ୟ କରୁଥିଲେ।
11ସେମାନେ ତାହାଙ୍କୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ଵାରା ସେମାନଙ୍କୁ ଆଚମ୍ଵିତ କରିଥିଲା।
12କିନ୍ତୁ ଫିଲିପ୍ପ ଈଶ୍ଵରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାଙ୍କ କଥାରେ ବିଶ୍ଵାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ।
13ଆଉ, ଶିମୋନ ନିଜେ ମଧ୍ୟ ବିଶ୍ଵାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଙ୍ଗେ ସାଙ୍ଗେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଶକ୍ତିର କର୍ମ ଦେଖି ଆଚମ୍ଵିତ ହେବାକୁ ଲାଗିଲା।
14ଶମିରୋଣର ଲୋକମାନେ ଯେ ଈଶ୍ଵରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ଯେତେବେଳେ ଯିରୂଶାଲମରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ।
15ସେମାନେ ଯାଇ, ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ,
16କାରଣ ଏପର୍ଯ୍ୟନ୍ତ ସେ ସେମାନଙ୍କ ମଧ୍ୟରୁ କାହାରି ଉପରେ ଅବତୀର୍ଣ୍ଣ ହୋଇ ନ ଥିଲେ, କେବଳ ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ।
17ସେତେବେଳେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ, ଆଉ ସେମାନେ ପବିତ୍ର ଆତ୍ମା ପ୍ରାପ୍ତ ହେଲେ।
18ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ଵାରା ଆତ୍ମା ଦତ୍ତ ହେଉଅଛନ୍ତି, ଏହା ଦେଖି ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା,
19ମୋତେ ମଧ୍ୟ ଏହି ଶକ୍ତି ଦିଅନ୍ତୁ, ଯେପରି ମୁଁ ଯେକୌଣସି ଲୋକ ଉପରେ ହସ୍ତାର୍ପଣ କରିବି, ସେ ପବିତ୍ର ଆତ୍ମା ପାଇବ।
20କିନ୍ତୁ ପିତର ତାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ଵାରା ଈଶ୍ଵରଙ୍କ ଦାନ କିଣିବାକୁ ଭାବିଲ।
21ଏ ବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ଵରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ।
22ଅତଏବ, ତୁମ୍ଭର ଏହି ଦୁଷ୍ଟପଣରୁ ମନ ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇ ପାରେ;
23କାରଣ ତୁମ୍ଭେ ତିକ୍ତ ବିଷରେ ପରିପୂର୍ଣ୍ଣ ହୋଇ ଅଧର୍ମରୂପ ବନ୍ଧନରେ ଆବଦ୍ଧ ଅଛ ବୋଲି ମୁଁ ଦେଖୁଅଛି।
24ସେଥିରେ ଶିମୋନ ଉତ୍ତର କଲା, ଆପଣମାନେ ଯାହା ଯାହା କହିଲେ, ସେଥିରୁ କୌଣସି ବିଷୟ ଯେପରି ମୋʼ ପ୍ରତି ନ ବର୍ତ୍ତେ, ଏଥିପାଇଁ ଆପଣମାନେ ମୋʼ ନିମନ୍ତେ ପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରନ୍ତୁ।
25ଏହିପ୍ରକାରେ ସେମାନେ ସାକ୍ଷ୍ୟ ଦେଇ ଓ ପ୍ରଭୁଙ୍କ ବାକ୍ୟ କହି ଶମିରୋଣୀୟମାନଙ୍କ ଅନେକ ଗ୍ରାମରେ ସୁସମାଚାର ପ୍ରଚାର କରୁ କରୁ ଯିରୂଶାଲମକୁ ବାହୁଡ଼ିଗଲେ।
ଫିଲିପ୍ପ ଓ ଇଥିଓପିଆ ନପୁଂସକ
26ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କୁ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମରୁ ଗଜ୍ଜା ଆଡ଼କୁ ପଡ଼ିଅଛି, ସେହି ପଥକୁ ଯାଅ। ତାହା ମରୁଭୂମି।
27ସେଥିରେ ସେ ଉଠି ଗମନ କଲେ। ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ତାକୀ ନାମ୍ନୀ ରାଣୀଙ୍କର ଅଧୀନସ୍ଥ ଜଣେ ଉଚ୍ଚ ପଦ ପ୍ରାପ୍ତ ଇଥିଓପିଆର।। ନପୁଂସକ, ଯେ ତାଙ୍କ ସମସ୍ତ ଧନଭଣ୍ତାରର ବେବର୍ତ୍ତା ଥିଲେ, ସେ ପୂଜା କରିବା ନିମନ୍ତେ ଯିରୂଶାଲମକୁ ଆସିଥିଲେ;
28ସେ ବାହୁଡ଼ି ଯାଉ ଯାଉ ଆପଣା ରଥରେ ବସି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିଲେ।
29ସେତେବେଳେ ଆତ୍ମା ଫିଲିପ୍ପଙ୍କୁ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର।
30ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କʼଣ ବୁଝୁଅଛନ୍ତି?
31ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ, ମୁଁ କିପରି ବୁଝି ପାରିବି? ଆଉ, ସେ ଫିଲିପ୍ପଙ୍କୁ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ।
32ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନୀତ ହେଲେ, ପୁଣି ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକ ଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ।
33ତାହାଙ୍କ ଅବନତ ହେବାରେ ତାହାଙ୍କ ଦଣ୍ତ ଅପସାରିତ ହେଲା; ତାହାଙ୍କ ବଂଶ କିଏ ବର୍ଣ୍ଣନା କରି ପାରିବ? କାରଣ ତାହାଙ୍କ ପ୍ରାଣ ପୃଥିବୀରୁ ଅପସାରିତ ହେଲା।
34ନପୁଂସକ ଉତ୍ତର ଦେଇ ଫିଲିପ୍ପଙ୍କୁ କହିଲେ, ମୁଁ ଆପଣଙ୍କୁ ନିବେଦନ କରେ, ଭାବବାଦୀ କାହା ବିଷୟରେ ଏ କଥା କହନ୍ତି? ଆପଣା ବିଷୟରେ ବା ଆଉ କାହା ବିଷୟରେ?
35ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ।
36ଆଉ, ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ, ଏଠାରେ ତ ଜଳ ଅଛି, ମୋହର ବାପ୍ତିଜିତ ହେବା ନିମନ୍ତେ କʼଣ ବାଧା ଅଛି?
37[ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ଵାସ କରନ୍ତି, ତାହାହେଲେ ହୋଇ ପାରେ। ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ଵରଙ୍କ ପୁତ୍ର, ଏହା ମୁଁ ବିଶ୍ଵାସ କରୁଅଛିଣାିଁ
38ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ଓ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାଙ୍କୁ ବାପ୍ତିସ୍ମ।। ଦେଲେ।
39ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ, ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କୁ ଘେନିଗଲେ, ପୁଣି ନପୁଂସକ ତାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ।
40କିନ୍ତୁ ଫିଲିପ୍ପ ଅଷ୍ଦୋଦ୍ରେ ଦେଖାଗଲେ, ଆଉ ସେ ଯାଉ ଯାଉ ନଗରେ ନଗରେ ସୁସମାଚାର ପ୍ରଚାର କରି କାଇସରିଆରେ ଯାଇ ପହଞ୍ଚିଲେ।

Vurgu

Paylaş

Kopyala

None

Önemli anlarınızın tüm cihazlarınıza kaydedilmesini mi istiyorsunuz? Kayıt olun ya da giriş yapın

ପ୍ରେରିତ 8 için video