ପୁଣି ସଦାପ୍ରଭୁ କହିଲେ, ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରୁ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ।
ଏଣୁକରି ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେ ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।